ଭୁବନେଶ୍ବର: ଆଉ ୩ ଦିନ ପରେ ରାଜ୍ୟକୁ ଫେରିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ୨ରୁ ୪ ଡିଗ୍ରୀ ପାରଦ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ପାହାଡିଆ ଅଞ୍ଚଳରେ ଅଧିକ ଶୀତ ହେବ ବୋଲି ଆକଳନ କରାଯାଇଛି। ବାତ୍ୟା ଫେଙ୍ଗଲ ପ୍ରଭାବରେ ରାଜ୍ୟର ଉପକୂଳ ଏବ ଦକ୍ଷିଣ ଓଡିଶାର କୋହଲା ପାଗ ସହ ହାଲୁକା ବର୍ଷା ଲାଗି ରହିଥିଲା। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗର ପ୍ରଭାବ ନ ଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ।ଆସନ୍ତା କାଲି କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ବର୍ଷା ହେବା ସହ ୫ ତାରିଖରେ ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ୬ ତାରିଖରେ ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି । ଏବଂ ୭ ତାରିଖରୁ ୯ ତାରିଖ ମଧ୍ୟରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା କମିବ ।
Related Posts
ଭୁବନେଶ୍ଵରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ୫ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ଯପାଳ ରଘୁବର ଦାସ, ମୁଖ୍ଯମନ୍ତ୍ରୀ ମୋହନ ଚରଣ…
ଭତ୍ତା ଓ ରାସନ୍ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ସ୍କୁଲ ଶିକ୍ଷକ
ବେଗୁନିଆପଡ଼ା ବ୍ଲକ ପ୍ରବାସୀ ଶ୍ରମିକଙ୍କୁ ଭତ୍ତା ଓ ରାସନ୍ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ସ୍କୁଲ ଶିକ୍ଷକ । ହିତାଧିକାରୀଙ୍କୁ ଭତ୍ତା ଓ ରାସନ୍ କାର୍ଡ ବଣ୍ଟନ କରାଯାଉଥିବା…