ଭୁବନେଶ୍ବର: ୫ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ଯପାଳ ରଘୁବର ଦାସ, ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ମନ୍ତ୍ରୀ ଓ ପୋଲିସ ଅଧିକାରୀ ତାଙ୍କୁ ସ୍ବାଗତ ଜଣାଇଥିଲେ । ବିମାନ ବନ୍ଦରରୁ ସିଧାସ ଚନ୍ଦ୍ରଶେଖରପୁର ଯାଇ ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନବନିର୍ମିତ ପ୍ରତିମୂର୍ତ୍ତିକୁ ଅନାବରଣ କରିଛନ୍ତି ମହାମହିମ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୀଳାଦ୍ରି ବିହାରରେ ପହଞ୍ଚି ଆଦିବାସୀ ଦେବସ୍ଥାନ ସାନ୍ତାଳୀ ପୀଠରେ ପୂଜାର୍ଚ୍ଚନା କରିଥିଲେ। ସେଠାରୁ ଫେରି ରାଜଭବନରେ ରାତ୍ରୀଯାପନ କରିବା ପରେ ଆସନ୍ତାକାଲି ସକାଳେ ସ୍ବତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ପୁରୀ ଗସ୍ତ କରିବେ । ସେଠାରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ। ଏହାପରେ ପୁରୀ ବ୍ଲୁ-ଫ୍ଲାଗ ବେଳାଭୂମିରେ ଆୟୋଜିତ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ ରାଷ୍ଟ୍ରପତି ।
ଭୁବନେଶ୍ଵରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
